6କ୍ରମେ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ସେ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ମୋହର ପାଦ ଧୋଇ ଦେଉଅଛନ୍ତି?
7ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ଯାହା କରୁଅଛି, ତାହା ତୁମ୍ଭେ ଏବେ ଜାଣୁ ନାହଁ, କିନ୍ତୁ ପରେ ବୁଝିବ।”
8ପିତର ତାହାଙ୍କୁ କହିଲେ, ଆପଣ କଦାପି ମୋହର ପାଦ ଧୋଇଦେବେ ନାହିଁ। ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋʼ ସହିତ ତୁମ୍ଭର କୌଣସି ଅଂଶ ନାହିଁ।”
9ଶିମୋନ ପିତର ତାହାଙ୍କୁ କହିଲେ, ପ୍ରଭୁ, କେବଳ ମୋହର ପାଦ ନୁହେଁ, ମାତ୍ର ମୋହର ହସ୍ତ ଓ ମସ୍ତକ ମଧ୍ୟ।
10ଯୀଶୁ ତାହାଙ୍କୁ କହିଲେ, “ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ।”