ଯୋହନ 14

“ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ବରଙ୍କଠାରେ ବିଶ୍ୱାସ କର, ମୋʼ ଠାରେ ମଧ୍ୟ ବିଶ୍ୱାସ କର।

John 14:1 (UKJV) Let not your heart be troubled: all of you believe in God, believe also in me.

1“ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ବରଙ୍କଠାରେ ବିଶ୍ୱାସ କର, ମୋʼ ଠାରେ ମଧ୍ୟ ବିଶ୍ୱାସ କର।

2ମୋହର ପିତାଙ୍କ ଗୃହରେ ଅନେକ ବାସସ୍ଥାନ ଅଛି; ଯଦି ନ ଥାଆନ୍ତା, ତାହାହେଲେ ମୁଁ ତୁମ୍ଭମାନଙ୍କୁ କହିଥାଆନ୍ତି, ମୁଁ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରିବାକୁ ଯାଉଅଛି;

3ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.