ଯୋହନ 14

ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋʼ ଠାରେ ଅଛନ୍ତି, ମୋହର ଏହି କଥା ବିଶ୍ୱାସ କର, ନତୁବା କର୍ମ ଯୋଗୁଁ ହେଲେ ବିଶ୍ୱାସ କର।

John 14:11 (UKJV) Believe me that I am in the Father, and the Father in me: or else believe me for the very works' sake.

9ଯୀଶୁ ତାହାଙ୍କୁ କହିଲେ, “ଫିଲିପ୍ପ, ଏତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କଅଣ ମୋତେ ଜାଣିଲ ନାହିଁ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ?

10ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋʼ ଠାରେ ଅଛନ୍ତି, ଏ କଥା କଅଣ ବିଶ୍ୱାସ କରୁ ନାହଁ? ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହେ, ସେହିସବୁ ମୋʼ ନିଜରୁ କହେ ନାହିଁ, କିନ୍ତୁ ପିତା ମୋʼ ଠାରେ ଥାଇ ଆପଣା କର୍ମ କରୁଅଛନ୍ତି।

11ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋʼ ଠାରେ ଅଛନ୍ତି, ମୋହର ଏହି କଥା ବିଶ୍ୱାସ କର, ନତୁବା କର୍ମ ଯୋଗୁଁ ହେଲେ ବିଶ୍ୱାସ କର।

12ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋʼ ଠାରେ ଯେ ବିଶ୍ୱାସ କରେ, ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେ ମଧ୍ୟ ସେହିସବୁ କରିବ, ଆଉ ସେ ସବୁ ଅପେକ୍ଷା ଅଧିକ ମହତ‍ କର୍ମ କରିବ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି।

13ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ୱିତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ମୋʼ ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.