ଯୋହନ 14

ମୁଁ ଯେ ମୋହର ପିତାଙ୍କଠାରେ ପୁଣି, ତୁମ୍ଭେମାନେ ଯେ ମୋʼ ଠାରେ ଓ ମୁଁ ତୁମ୍ଭମାନଙ୍କଠାରେ ଅଛି, ଏହା ସେ ଦିନ ତୁମ୍ଭେମାନେ ଜାଣିବ।

John 14:20 (UKJV) At that day all of you shall know that I am in my Father, and all of you in me, and I in you.

18ମୁଁ ତୁମ୍ଭମାନଙ୍କୁ ଅନାଥ କରି ଛାଡ଼ିଯିବି ନାହିଁ, ମୁଁ ତୁମ୍ଭମାନଙ୍କ ନିକଟକୁ ଆସୁଅଛି।

19ଅଳ୍ପମାତ୍ର ସମୟ ରହିଲା, ଜଗତ ମୋତେ ଆଉ ଦେଖିବ ନାହିଁ; ମାତ୍ର ତୁମ୍ଭେମାନେ ମୋତେ ଦେଖିବ, କାରଣ ମୁଁ ଜୀବିତ, ଆଉ ତୁମ୍ଭେମାନେ ମଧ୍ୟ ଜୀବିତ ରହିବ।

20ମୁଁ ଯେ ମୋହର ପିତାଙ୍କଠାରେ ପୁଣି, ତୁମ୍ଭେମାନେ ଯେ ମୋʼ ଠାରେ ଓ ମୁଁ ତୁମ୍ଭମାନଙ୍କଠାରେ ଅଛି, ଏହା ସେ ଦିନ ତୁମ୍ଭେମାନେ ଜାଣିବ।

21ଯେ ମୋହର ଆଜ୍ଞାସବୁ ଗ୍ରହଣ କରି ପାଳନ କରେ, ସେହି ତ ମୋତେ ପ୍ରେମ କରେ, ଆଉ ଯେ ମୋତେ ପ୍ରେମ କରେ, ମୋହର ପିତା ତାହାକୁ ପ୍ରେମ କରିବେ, ପୁଣି, ମୁଁ ତାହାକୁ ପ୍ରେମ କରିବି ଓ ତାହା ନିକଟରେ ଆପଣାକୁ ପ୍ରକାଶ କରିବି।”

22ଯିହୂଦା (ଇଷ୍କାରିୟୋତୀୟ ନୁହେଁ) ତାହାଙ୍କୁ କହିଲେ, ହେ ପ୍ରଭୁ, କଅଣ ହେଲା ଯେ, ଆପଣ ଜଗତ ନିକଟରେ ଆପଣାକୁ ପ୍ରକାଶ ନ କରି ଆମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ଯାଉଅଛନ୍ତି?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.