ଯୋହନ 14

ଯେ ମୋତେ ପ୍ରେମ କରେ ନାହିଁ, ସେ ମୋହର ବାକ୍ୟ ପାଳନ କରେ ନାହିଁ, ଆଉ ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣୁଅଛ, ତାହା ମୋହର ନୁହେଁ, ମାତ୍ର ମୋହର ପ୍ରେରଣକର୍ତ୍ତା ପିତାଙ୍କର।

John 14:24 (UKJV) He that loves me not keeps not my sayings: and the word which all of you hear is not mine, but the Father's which sent me.

22ଯିହୂଦା (ଇଷ୍କାରିୟୋତୀୟ ନୁହେଁ) ତାହାଙ୍କୁ କହିଲେ, ହେ ପ୍ରଭୁ, କଅଣ ହେଲା ଯେ, ଆପଣ ଜଗତ ନିକଟରେ ଆପଣାକୁ ପ୍ରକାଶ ନ କରି ଆମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ଯାଉଅଛନ୍ତି?

23ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା।

24ଯେ ମୋତେ ପ୍ରେମ କରେ ନାହିଁ, ସେ ମୋହର ବାକ୍ୟ ପାଳନ କରେ ନାହିଁ, ଆଉ ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣୁଅଛ, ତାହା ମୋହର ନୁହେଁ, ମାତ୍ର ମୋହର ପ୍ରେରଣକର୍ତ୍ତା ପିତାଙ୍କର।

25ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଥାଉ ଥାଉ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଲି।

26କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍‍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋʼ ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହିସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.