24ଯେ ମୋତେ ପ୍ରେମ କରେ ନାହିଁ, ସେ ମୋହର ବାକ୍ୟ ପାଳନ କରେ ନାହିଁ, ଆଉ ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣୁଅଛ, ତାହା ମୋହର ନୁହେଁ, ମାତ୍ର ମୋହର ପ୍ରେରଣକର୍ତ୍ତା ପିତାଙ୍କର।
25ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଥାଉ ଥାଉ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଲି।
26କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋʼ ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହିସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ।
27ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ।
28ମୁଁ ଯେ ଯାଉଅଛି ଓ ତୁମ୍ଭମାନଙ୍କ ନିକଟକୁ ପୁଣି ଆସୁଅଛି, ମୋହର ଏହି କଥା ତ ଶୁଣିଅଛ। ଯଦି ତୁମ୍ଭେମାନେ ମୋତେ ପ୍ରେମ କରୁଥାଆନ୍ତ, ତାହାହେଲେ ମୁଁ ମୋହର ପିତାଙ୍କ ନିକଟକୁ ଯାଉଅଛି ବୋଲି ଆନନ୍ଦ କରିଥାଆନ୍ତ, କାରଣ ପିତା ମୋʼଠାରୁ ମହାନ।