2ମୋହର ପିତାଙ୍କ ଗୃହରେ ଅନେକ ବାସସ୍ଥାନ ଅଛି; ଯଦି ନ ଥାଆନ୍ତା, ତାହାହେଲେ ମୁଁ ତୁମ୍ଭମାନଙ୍କୁ କହିଥାଆନ୍ତି, ମୁଁ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରିବାକୁ ଯାଉଅଛି;
3ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି।
4ପୁଣି, ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତାହାର ପଥ ତୁମ୍ଭେମାନେ ଜାଣ।”
5ଥୋମା ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁ ସ୍ଥାନକୁ ଯାଉଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହିଁ; ପଥ ବା କିପରି ଜାଣି ପାରୁ?
6ଯୀଶୁ ତାହାଙ୍କୁ କହିଲେ, “ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।