7ଯଦି ତୁମ୍ଭେମାନେ ମୋତେ ଜାଣିଥାଆନ୍ତ, ତାହାହେଲେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ; ଏବେ ହେଁ ତାହାଙ୍କୁ ଜାଣୁଅଛ ଓ ତାହାଙ୍କୁ ଦେଖିଅଛ।”
8ଫିଲିପ୍ପ ତାହାଙ୍କୁ କହିଲେ, ପ୍ରଭୁ, ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ, ତାହା ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ।
9ଯୀଶୁ ତାହାଙ୍କୁ କହିଲେ, “ଫିଲିପ୍ପ, ଏତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କଅଣ ମୋତେ ଜାଣିଲ ନାହିଁ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ?
10ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋʼ ଠାରେ ଅଛନ୍ତି, ଏ କଥା କଅଣ ବିଶ୍ୱାସ କରୁ ନାହଁ? ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହେ, ସେହିସବୁ ମୋʼ ନିଜରୁ କହେ ନାହିଁ, କିନ୍ତୁ ପିତା ମୋʼ ଠାରେ ଥାଇ ଆପଣା କର୍ମ କରୁଅଛନ୍ତି।
11ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋʼ ଠାରେ ଅଛନ୍ତି, ମୋହର ଏହି କଥା ବିଶ୍ୱାସ କର, ନତୁବା କର୍ମ ଯୋଗୁଁ ହେଲେ ବିଶ୍ୱାସ କର।