11ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥିନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି।
12ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ସେହିପରି ପରସ୍ପରକୁ ପ୍ରେମ କର, ଏହି ମୋହର ଆଜ୍ଞା।
13ଆପଣା ବନ୍ଧୁମାନଙ୍କ ନିମନ୍ତେ ନିଜ ପ୍ରାଣ ଦାନ କରିବା ଅପେକ୍ଷା କାହାରି ଆଉ ଅଧିକ ଶ୍ରେଷ୍ଠ ପ୍ରେମ ନାହିଁ।
14ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ।
15ମୁଁ ତୁମ୍ଭମାନଙ୍କୁ ଆଉ ଦାସ ବୋଲି କହୁ ନାହିଁ, କାରଣ କର୍ତ୍ତା କଅଣ କରନ୍ତି, ଦାସ ତାହା ଜାଣେ ନାହିଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହିଅଛି, କାରଣ ମୁଁ ମୋହର ପିତାଙ୍କଠାରୁ ଯାହା ଯାହା ଶୁଣିଅଛି, ସେହିସବୁ ତୁମ୍ଭମାନଙ୍କୁ ଜଣାଇଅଛି।