14ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ।
15ମୁଁ ତୁମ୍ଭମାନଙ୍କୁ ଆଉ ଦାସ ବୋଲି କହୁ ନାହିଁ, କାରଣ କର୍ତ୍ତା କଅଣ କରନ୍ତି, ଦାସ ତାହା ଜାଣେ ନାହିଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହିଅଛି, କାରଣ ମୁଁ ମୋହର ପିତାଙ୍କଠାରୁ ଯାହା ଯାହା ଶୁଣିଅଛି, ସେହିସବୁ ତୁମ୍ଭମାନଙ୍କୁ ଜଣାଇଅଛି।
16ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;
17ତୁମ୍ଭେମାନେ ଯେପରି ପରସ୍ପରକୁ ପ୍ରେମ କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ ଆଜ୍ଞା ଦେଉଅଛି।”
18“ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ତେବେ ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବେ ତାହା ଯେ ମୋତେ ଘୃଣା କରିଅଛି, ଏହା ଜାଣ।