16ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;
17ତୁମ୍ଭେମାନେ ଯେପରି ପରସ୍ପରକୁ ପ୍ରେମ କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ ଆଜ୍ଞା ଦେଉଅଛି।”
18“ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ତେବେ ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବେ ତାହା ଯେ ମୋତେ ଘୃଣା କରିଅଛି, ଏହା ଜାଣ।
19ଯଦି ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇଥାଆନ୍ତ, ତେବେ ଜଗତ ତୁମ୍ଭମାନଙ୍କୁ ଆପଣାର ଲୋକ ଜାଣି ପ୍ରେମ କରନ୍ତା; କିନ୍ତୁ ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇ ନାହଁ, ବରଂ ମୁଁ ତୁମ୍ଭମାନଙ୍କୁ ଜଗତ ମଧ୍ୟରୁ ମନୋନୀତ କରିଅଛି, ଏଥିନିମନ୍ତେ ଜଗତ ତୁମ୍ଭମାନଙ୍କୁ ଘୃଣା କରେ।
20ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର। ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ।