20ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର। ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ।
21କିନ୍ତୁ ସେମାନେ ମୋହର ପ୍ରେରଣକର୍ତ୍ତାଙ୍କୁ ଜାଣି ନ ଥିବାରୁ ମୋହର ନାମ ସକାଶେ ତୁମ୍ଭମାନଙ୍କ ପ୍ରତି ଏହି ସମସ୍ତ କରିବେ।
22ଯଦି ମୁଁ ଆସି ସେମାନଙ୍କୁ କହି ନ ଥାଆନ୍ତି, ତାହାହେଲେ ସେମାନଙ୍କ ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନଙ୍କ ପାପ ବିଷୟରେ ସେମାନେ କୌଣସି ବାହାନା କରିପାରନ୍ତି ନାହିଁ।
23ଯେ ମୋତେ ଘୃଣା କରେ, ସେ ମୋହର ପିତାଙ୍କୁ ମଧ୍ୟ ଘୃଣା କରେ।
24ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହିସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି।