24ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହିସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି।
25‘ମାତ୍ର ସେମାନେ ଅକାରଣରେ ମୋତେ ଘୃଣା କଲେ,’ ସେମାନଙ୍କ ବ୍ୟବସ୍ଥାରେ ଲିଖିତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏପରି ଘଟୁଅଛି।
26ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବର୍ହିଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋʼ ବିଷୟରେ ସାକ୍ଷ୍ୟ ଦେବେ;
27ଆଉ, ତୁମ୍ଭେମାନେ ମଧ୍ୟ ସାକ୍ଷୀ, କାରଣ ତୁମ୍ଭେମାନେ ଆରମ୍ଭରୁ ମୋʼ ସହିତ ରହିଅଛ।”