2ମୋʼ ଠାରେ ଥିବା ଯେକୌଣସି ଶାଖା ଫଳ ନ ଫଳେ, ତାହା ସେ କାଟିପକାନ୍ତି; ଆଉ, ଯେକୌଣସି ଶାଖା ଫଳ ଫଳେ, ଅଧିକ ଫଳ ଫଳିବା ନିମନ୍ତେ ସେ ତାହା ପରିଷ୍କାର କରନ୍ତି।
3ମୁଁ ତୁମ୍ଭମାନଙ୍କୁ ଯେଉଁ ବାକ୍ୟ କହିଅଛି, ସେଥିସକାଶେ ତୁମ୍ଭେମାନେ ପରିଷ୍କୃତ ହୋଇସାରିଅଛ।
4ମୋʼ ଠାରେ ରୁହ, ସେଥିରେ ମୁଁ ତୁମ୍ଭମାନଙ୍କଠାରେ ରହିବି। ଶାଖା ଯେପରି ଦ୍ରାକ୍ଷାଲତାରେ ନ ରହିଲେ ନିଜରୁ ଫଳ ଫଳି ପାରେ ନାହିଁ, ସେହିପରି ତୁମ୍ଭେମାନେ ମଧ୍ୟ ମୋʼ ଠାରେ ନ ରହିଲେ ଫଳ ଫଳି ପାର ନାହିଁ।
5ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା; ଯେ ମୋʼ ଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋʼ ବିନା ତୁମ୍ଭେମାନେ କିଛି କରିପାର ନାହିଁ।
6କେହି ଯେବେ ମୋʼ ଠାରେ ନ ରହେ, ତାହାହେଲେ ସେ ଶାଖା ପରି ବାହାରେ ପକାଇ ଦିଆଯାଏ ଓ ଶୁଖିଯାଏ, ପୁଣି, ଲୋକେ ସେଗୁଡ଼ାକ ଏକାଠି କରି ନିଆଁରେ ପକାଇ ଦିଅନ୍ତି ଓ ସେଗୁଡ଼ାକ ପୋଡ଼ିଯାଏ।