ଯୋହନ 15

ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା; ଯେ ମୋʼ ଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋʼ ବିନା ତୁମ୍ଭେମାନେ କିଛି କରିପାର ନାହିଁ।

John 15:5 (UKJV) I am the vine, all of you are the branches: He that abides in me, and I in him, the same brings forth much fruit: for without me all of you can do nothing.

3ମୁଁ ତୁମ୍ଭମାନଙ୍କୁ ଯେଉଁ ବାକ୍ୟ କହିଅଛି, ସେଥିସକାଶେ ତୁମ୍ଭେମାନେ ପରିଷ୍କୃତ ହୋଇସାରିଅଛ।

4ମୋʼ ଠାରେ ରୁହ, ସେଥିରେ ମୁଁ ତୁମ୍ଭମାନଙ୍କଠାରେ ରହିବି। ଶାଖା ଯେପରି ଦ୍ରାକ୍ଷାଲତାରେ ନ ରହିଲେ ନିଜରୁ ଫଳ ଫଳି ପାରେ ନାହିଁ, ସେହିପରି ତୁମ୍ଭେମାନେ ମଧ୍ୟ ମୋʼ ଠାରେ ନ ରହିଲେ ଫଳ ଫଳି ପାର ନାହିଁ।

5ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା; ଯେ ମୋʼ ଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋʼ ବିନା ତୁମ୍ଭେମାନେ କିଛି କରିପାର ନାହିଁ।

6କେହି ଯେବେ ମୋʼ ଠାରେ ନ ରହେ, ତାହାହେଲେ ସେ ଶାଖା ପରି ବାହାରେ ପକାଇ ଦିଆଯାଏ ଓ ଶୁଖିଯାଏ, ପୁଣି, ଲୋକେ ସେଗୁଡ଼ାକ ଏକାଠି କରି ନିଆଁରେ ପକାଇ ଦିଅନ୍ତି ଓ ସେଗୁଡ଼ାକ ପୋଡ଼ିଯାଏ।

7ଯଦି ତୁମ୍ଭେମାନେ ମୋʼ ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.