5ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା; ଯେ ମୋʼ ଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋʼ ବିନା ତୁମ୍ଭେମାନେ କିଛି କରିପାର ନାହିଁ।
6କେହି ଯେବେ ମୋʼ ଠାରେ ନ ରହେ, ତାହାହେଲେ ସେ ଶାଖା ପରି ବାହାରେ ପକାଇ ଦିଆଯାଏ ଓ ଶୁଖିଯାଏ, ପୁଣି, ଲୋକେ ସେଗୁଡ଼ାକ ଏକାଠି କରି ନିଆଁରେ ପକାଇ ଦିଅନ୍ତି ଓ ସେଗୁଡ଼ାକ ପୋଡ଼ିଯାଏ।
7ଯଦି ତୁମ୍ଭେମାନେ ମୋʼ ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ।
8ତୁମ୍ଭେମାନେ ପ୍ରଚୁର ଫଳ ଫଳିଲେ ମୋହର ପିତା ମହିମାନ୍ୱିତ ହେବେ, ଆଉ ତୁମ୍ଭେମାନେ ମୋହର ପ୍ରକୃତ ଶିଷ୍ୟ ହେବ।
9ପିତା ଯେପ୍ରକାର ମୋତେ ପ୍ରେମ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାର ତୁମ୍ଭମାନଙ୍କୁ ପ୍ରେମ କରିଅଛି; ମୋହର ପ୍ରେମରେ ସ୍ଥିର ହୋଇ ରହିଥାଅ।