10ଧାର୍ମିକତା ବିଷୟରେ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି ଓ ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ;
11ନ୍ୟାୟବିଚାର ବିଷୟରେ କାରଣ ଏହି ଜଗତର ଅଧିପତି ବିଚାରିତ ହୋଇଅଛି।
12ମୋହର ତୁମ୍ଭମାନଙ୍କୁ ଆହୁରି ଅନେକ କଥା କହିବାର ଅଛି, ମାତ୍ର ତୁମ୍ଭେମାନେ ଏବେ ସେହିସବୁ ସହି ପାର ନାହିଁ।
13କିନ୍ତୁ ସେ, ଅର୍ଥାତ୍, ସତ୍ୟମୟ ଆତ୍ମା ଆସିଲେ ସେ ପଥ ଦେଖାଇ ତୁମ୍ଭମାନଙ୍କୁ ସମସ୍ତ ସତ୍ୟରେ ପ୍ରବେଶ କରାଇବେ, କାରଣ ସେ ଆପଣାଠାରୁ କଥା କହିବେ ନାହିଁ, ମାତ୍ର ଯାହା ଯାହା ଶୁଣିବେ, ସେହିସବୁ କହିବେ, ପୁଣି, ଆଗାମୀ ବିଷୟସବୁ ତୁମ୍ଭମାନଙ୍କୁ ଜଣାଇବେ।
14ସେ ମୋତେ ଗୌରବାନ୍ୱିତ କରିବେ, କାରଣ ସେ ମୋʼ ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ।