ଯୋହନ 16

କିନ୍ତୁ ସେ, ଅର୍ଥାତ୍‍, ସତ୍ୟମୟ ଆତ୍ମା ଆସିଲେ ସେ ପଥ ଦେଖାଇ ତୁମ୍ଭମାନଙ୍କୁ ସମସ୍ତ ସତ୍ୟରେ ପ୍ରବେଶ କରାଇବେ, କାରଣ ସେ ଆପଣାଠାରୁ କଥା କହିବେ ନାହିଁ, ମାତ୍ର ଯାହା ଯାହା ଶୁଣିବେ, ସେହିସବୁ କହିବେ, ପୁଣି, ଆଗାମୀ ବିଷୟସବୁ ତୁମ୍ଭମାନଙ୍କୁ ଜଣାଇବେ।

John 16:13 (UKJV) Nevertheless when he, the Spirit of truth, has come, he will guide you into all truth: for he shall not speak of himself; but whatsoever he shall hear, that shall he speak: and he will show you things to come.

11ନ୍ୟାୟବିଚାର ବିଷୟରେ କାରଣ ଏହି ଜଗତର ଅଧିପତି ବିଚାରିତ ହୋଇଅଛି।

12ମୋହର ତୁମ୍ଭମାନଙ୍କୁ ଆହୁରି ଅନେକ କଥା କହିବାର ଅଛି, ମାତ୍ର ତୁମ୍ଭେମାନେ ଏବେ ସେହିସବୁ ସହି ପାର ନାହିଁ।

13କିନ୍ତୁ ସେ, ଅର୍ଥାତ୍‍, ସତ୍ୟମୟ ଆତ୍ମା ଆସିଲେ ସେ ପଥ ଦେଖାଇ ତୁମ୍ଭମାନଙ୍କୁ ସମସ୍ତ ସତ୍ୟରେ ପ୍ରବେଶ କରାଇବେ, କାରଣ ସେ ଆପଣାଠାରୁ କଥା କହିବେ ନାହିଁ, ମାତ୍ର ଯାହା ଯାହା ଶୁଣିବେ, ସେହିସବୁ କହିବେ, ପୁଣି, ଆଗାମୀ ବିଷୟସବୁ ତୁମ୍ଭମାନଙ୍କୁ ଜଣାଇବେ।

14ସେ ମୋତେ ଗୌରବାନ୍ୱିତ କରିବେ, କାରଣ ସେ ମୋʼ ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ।

15ଯାହା ଯାହା ପିତାଙ୍କର, ସେହିସବୁ ମୋହର; ଏହି ହେତୁ ମୁଁ କହିଲି, ସେ ମୋହର ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.