13କିନ୍ତୁ ସେ, ଅର୍ଥାତ୍, ସତ୍ୟମୟ ଆତ୍ମା ଆସିଲେ ସେ ପଥ ଦେଖାଇ ତୁମ୍ଭମାନଙ୍କୁ ସମସ୍ତ ସତ୍ୟରେ ପ୍ରବେଶ କରାଇବେ, କାରଣ ସେ ଆପଣାଠାରୁ କଥା କହିବେ ନାହିଁ, ମାତ୍ର ଯାହା ଯାହା ଶୁଣିବେ, ସେହିସବୁ କହିବେ, ପୁଣି, ଆଗାମୀ ବିଷୟସବୁ ତୁମ୍ଭମାନଙ୍କୁ ଜଣାଇବେ।
14ସେ ମୋତେ ଗୌରବାନ୍ୱିତ କରିବେ, କାରଣ ସେ ମୋʼ ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ।
15ଯାହା ଯାହା ପିତାଙ୍କର, ସେହିସବୁ ମୋହର; ଏହି ହେତୁ ମୁଁ କହିଲି, ସେ ମୋହର ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ।”
16“ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ, ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ।”
17ସେଥିରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେହି କେହି ପରସ୍ପର କହିଲେ, “ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଦେଖିବ ନାହିଁ, ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ ଓ ମୁଁ ପିତାଙ୍କ ନିକଟକୁ ଯାଉଅଛି,” ଏହି ଯେଉଁ କଥା ସେ ଆମ୍ଭମାନଙ୍କୁ କହୁଅଛନ୍ତି, ଏହା କଅଣ?