18ଏଣୁ ସେମାନେ କହିଲେ, “ଅଳ୍ପ ସମୟ” ବୋଲି ଏ କଅଣ କହୁଅଛନ୍ତି? ସେ କଅଣ କହୁଅଛନ୍ତି, ଆମ୍ଭେମାନେ ବୁଝି ପାରୁ ନାହୁଁ।
19ସେମାନେ ତାହାଙ୍କୁ ପଚାରିବାକୁ ଇଚ୍ଛା କରୁଅଛନ୍ତି ବୋଲି ବୁଝି ଯୀଶୁ ସେମାନଙ୍କୁ କହିଲେ, “ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଦେଖିବ ନାହିଁ, ‘ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ, ମୁଁ ଏହି ଯେଉଁ କଥା କହିଲି, ସେ ବିଷୟ ଘେନି ତୁମ୍ଭେମାନେ କଅଣ ପରସ୍ପର ବାଦାନୁବାଦ କରୁଅଛ?’
20ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ରୋଦନ ଓ ବିଳାପ କରିବ, କିନ୍ତୁ ଜଗତ ଆନନ୍ଦ କରିବ; ତୁମ୍ଭେମାନେ ଦୁଃଖିତ ହେବ, କିନ୍ତୁ ତୁମ୍ଭମାନଙ୍କ ଦୁଃଖ ଆନନ୍ଦରେ ପରିଣତ ହେବ।
21ପ୍ରସବ ସମୟ ଉପସ୍ଥିତ ହେଲେ ସ୍ତ୍ରୀଲୋକ ଦୁଃଖ ପାଏ; କିନ୍ତୁ ସେ ସନ୍ତାନ ପ୍ରସବ କଲା ଉତ୍ତାରେ ଜଗତରେ ଜଣେ ମାନବ ଜନ୍ମଗ୍ରହଣ କଲା, ଏହି ଆନନ୍ଦ ଯୋଗୁଁ ଆଉ କଷ୍ଟ ସ୍ମରଣ କରେ ନାହିଁ।
22ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ।