21ପ୍ରସବ ସମୟ ଉପସ୍ଥିତ ହେଲେ ସ୍ତ୍ରୀଲୋକ ଦୁଃଖ ପାଏ; କିନ୍ତୁ ସେ ସନ୍ତାନ ପ୍ରସବ କଲା ଉତ୍ତାରେ ଜଗତରେ ଜଣେ ମାନବ ଜନ୍ମଗ୍ରହଣ କଲା, ଏହି ଆନନ୍ଦ ଯୋଗୁଁ ଆଉ କଷ୍ଟ ସ୍ମରଣ କରେ ନାହିଁ।
22ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ।
23ସେ ଦିନ ତୁମ୍ଭେମାନେ ମୋତେ କିଛି ପଚାରିବ ନାହିଁ। ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭେମାନେ ପିତାଙ୍କୁ କିଛି ମାଗିବ, ତେବେ ମୋʼ ନାମରେ ସେ ତୁମ୍ଭମାନଙ୍କୁ ତାହା ଦେବେ।
24ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ନାମରେ କିଛି ମାଗି ନାହଁ; ମାଗ, ପୁଣି, ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ।”
25“ମୁଁ ତୁମ୍ଭମାନଙ୍କୁ ଉପମା ଦ୍ୱାରା ଏହି ସମସ୍ତ କଥା କହିଅଛି; ସମୟ ଆସୁଅଛି, ଯେତେବେଳେ ମୁଁ ଆଉ ଉପମା ଦ୍ୱାରା ତୁମ୍ଭମାନଙ୍କୁ କହିବି ନାହିଁ, କିନ୍ତୁ ପିତାଙ୍କ ବିଷୟ ସ୍ପଷ୍ଟ ରୂପେ ତୁମ୍ଭମାନଙ୍କୁ ଜଣାଇବି।