23ସେ ଦିନ ତୁମ୍ଭେମାନେ ମୋତେ କିଛି ପଚାରିବ ନାହିଁ। ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭେମାନେ ପିତାଙ୍କୁ କିଛି ମାଗିବ, ତେବେ ମୋʼ ନାମରେ ସେ ତୁମ୍ଭମାନଙ୍କୁ ତାହା ଦେବେ।
24ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ନାମରେ କିଛି ମାଗି ନାହଁ; ମାଗ, ପୁଣି, ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ।”
25“ମୁଁ ତୁମ୍ଭମାନଙ୍କୁ ଉପମା ଦ୍ୱାରା ଏହି ସମସ୍ତ କଥା କହିଅଛି; ସମୟ ଆସୁଅଛି, ଯେତେବେଳେ ମୁଁ ଆଉ ଉପମା ଦ୍ୱାରା ତୁମ୍ଭମାନଙ୍କୁ କହିବି ନାହିଁ, କିନ୍ତୁ ପିତାଙ୍କ ବିଷୟ ସ୍ପଷ୍ଟ ରୂପେ ତୁମ୍ଭମାନଙ୍କୁ ଜଣାଇବି।
26ସେ ଦିନ ତୁମ୍ଭେମାନେ ମୋʼ ନାମରେ ମାଗିବ; ଆଉ, ମୁଁ ଯେ ତୁମ୍ଭମାନଙ୍କ ସପକ୍ଷରେ ପିତାଙ୍କୁ ନିବେଦନ କରିବି, ଏହା ମୁଁ ତୁମ୍ଭମାନଙ୍କୁ କହୁ ନାହିଁ;
27କାରଣ ପିତା ସ୍ୱୟଂ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ଯେଣୁ ତୁମ୍ଭେମାନେ ମୋତେ ସ୍ନେହ କରିଅଛ ଓ ମୁଁ ଯେ ଈଶ୍ବରଙ୍କ ନିକଟରୁ ଆସିଅଛି, ତାହା ତୁମ୍ଭେମାନେ ବିଶ୍ୱାସ କରିଅଛ।