27କାରଣ ପିତା ସ୍ୱୟଂ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ଯେଣୁ ତୁମ୍ଭେମାନେ ମୋତେ ସ୍ନେହ କରିଅଛ ଓ ମୁଁ ଯେ ଈଶ୍ବରଙ୍କ ନିକଟରୁ ଆସିଅଛି, ତାହା ତୁମ୍ଭେମାନେ ବିଶ୍ୱାସ କରିଅଛ।
28ମୁଁ ପିତାଙ୍କ ନିକଟରୁ ଜଗତକୁ ଆସିଅଛି; ପୁନର୍ବାର ମୁଁ ଜଗତ ପରିତ୍ୟାଗ କରି ପିତାଙ୍କ ନିକଟକୁ ଯାଉଅଛି।”
29ତାହାଙ୍କ ଶିଷ୍ୟମାନେ କହିଲେ, ଦେଖନ୍ତୁ, ବର୍ତ୍ତମାନ ଆପଣ ସ୍ପଷ୍ଟ ରୂପେ କହୁଅଛନ୍ତି ଓ ଉପମା-କଥା ଆଉ କହୁ ନାହାନ୍ତି।
30ଆପଣ ଯେ ସମସ୍ତ ବିଷୟ ଜାଣନ୍ତି, ପୁଣି, କେହି ଆପଣଙ୍କୁ ପ୍ରଶ୍ନ କରିବାର ଯେ ଆପଣଙ୍କର ପ୍ରୟୋଜନ ନାହିଁ, ତାହା ଏବେ ଆମ୍ଭେମାନେ ଜାଣିଲୁ; ଈଶ୍ବରଙ୍କ ନିକଟରୁ ଆପଣ ଆସିଅଛନ୍ତି ବୋଲି ଆମ୍ଭେମାନେ ଏହା ଦ୍ୱାରା ବିଶ୍ୱାସ କରୁଅଛୁ।
31ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ଏବେ ବିଶ୍ୱାସ କରୁଅଛ?