31ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ଏବେ ବିଶ୍ୱାସ କରୁଅଛ?
32ଦେଖ, ସମୟ ଆସୁଅଛି, ହଁ, ଆସିଲାଣି, ଯେତେବେଳେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକେ ଆପଣା ଆପଣା ଘରକୁ ପଳାଇଯିବ, ଆଉ ମୋତେ ଏକାକୀ ପରିତ୍ୟାଗ କରିବ; ତଥାପି ମୁଁ ଏକାକୀ ନୁହେଁ, କାରଣ ପିତା ମୋʼ ସାଙ୍ଗରେ ଅଛନ୍ତି।
33ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।”