2ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ।
3ଆଉ, ସେମାନେ ଏହାସବୁ କରିବେ, କାରଣ ସେମାନେ ପିତାଙ୍କୁ କିମ୍ବା ମୋତେ ଜାଣି ନାହାନ୍ତି।
4ମାତ୍ର ଏସମସ୍ତ ଘଟିବାର ସମୟ ଉପସ୍ଥିତ ହେଲେ, ମୁଁ ଯେ ତୁମ୍ଭମାନଙ୍କୁ କହିଥିଲି, ଏହା ଯେପରି ତୁମ୍ଭେମାନେ ସ୍ମରଣ କର, ଏଥିନିମନ୍ତେ ମୁଁ ଏହିସବୁ କଥା ତୁମ୍ଭମାନଙ୍କୁ କହିଅଛି। ମୁଁ ତୁମ୍ଭମାନଙ୍କ ସହିତ ଥିବାରୁ ଆରମ୍ଭରୁ ଏହିସବୁ କଥା ତୁମ୍ଭମାନଙ୍କୁ କହିଲି ନାହିଁ।”
5“କିନ୍ତୁ ବର୍ତ୍ତମାନ ମୁଁ ମୋହର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି, ଆଉ ତୁମ୍ଭେ କେଉଁ ସ୍ଥାନକୁ ଯାଉଅଛ ବୋଲି ତୁମ୍ଭମାନଙ୍କ ମଧ୍ୟରୁ କେହି ମୋତେ ପଚାରୁ ନାହଁ।
6ମାତ୍ର ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିବାରୁ ତୁମ୍ଭମାନଙ୍କ ହୃଦୟ ଦୁଃଖରେ ପରିପୂର୍ଣ୍ଣ ହୋଇଅଛି।