6ମାତ୍ର ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିବାରୁ ତୁମ୍ଭମାନଙ୍କ ହୃଦୟ ଦୁଃଖରେ ପରିପୂର୍ଣ୍ଣ ହୋଇଅଛି।
7କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୋହର ପ୍ରସ୍ଥାନ କରିବାରେ ତୁମ୍ଭମାନଙ୍କର ମଙ୍ଗଳ, କାରଣ ମୁଁ ପ୍ରସ୍ଥାନ ନ କଲେ ସେହି ସାହାଯ୍ୟକାରୀ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ, ମାତ୍ର ମୁଁ ଗଲେ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଦେବି।
8ସେ ଆସି ପାପ, ଧାର୍ମିକତା ଓ ବିଚାର ବିଷୟରେ ଜଗତକୁ ପ୍ରମାଣ ଦେବେ;
9ପାପ ବିଷୟରେ, କାରଣ ସେମାନେ ମୋʼ ଠାରେ ବିଶ୍ୱାସ କରନ୍ତି ନାହିଁ;
10ଧାର୍ମିକତା ବିଷୟରେ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି ଓ ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ;