ଯୋହନ 17

ମୁଁ ସେମାନଙ୍କୁ ତୁମ୍ଭର ବାକ୍ୟ ଦାନ କରିଅଛି, ଆଉ ଜଗତ ସେମାନଙ୍କୁ ଘୃଣା କରିଅଛି, କାରଣ ମୁଁ ଯେପରି ଏ ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେହିପରି ଏହି ଜଗତରୁ ଉତ୍ପନ୍ନ ନୁହଁନ୍ତି।

John 17:14 (UKJV) I have given them your word; and the world has hated them, because they are not of the world, even as I am not of the world.

12ସେମାନଙ୍କ ସହିତ ରହୁଥିବା ସମୟରେ ମୁଁ ସେମାନଙ୍କୁ ତୁମ୍ଭ ସେହି ନାମରେ ରକ୍ଷା କରି ଅାସିଅଛି ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ, ଆଉ ମୁଁ ସେମାନଙ୍କୁ ସାବଧାନରେ ରକ୍ଷା କରିଅଛି ଓ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ଏଥିନିମନ୍ତେ ବିନାଶର ସନ୍ତାନ ବିନା ସେମାନଙ୍କ ମଧ୍ୟରୁ ଜଣେ କେହି ବିନଷ୍ଟ ହୋଇ ନାହିଁ।”

13“କିନ୍ତୁ ଏବେ ମୁଁ ତୁମ୍ଭ ନିକଟକୁ ଯାଉଅଛି, ଆଉ ସେମାନଙ୍କ ଅନ୍ତରେ ମୋହର ଆନନ୍ଦ ଯେପରି ସମ୍ପୂର୍ଣ୍ଣ ହୁଏ, ସେଥିନିମନ୍ତେ ଜଗତରେ ଥାଉ ଥାଉ ମୁଁ ଏହାସବୁ କହୁଅଛି।

14ମୁଁ ସେମାନଙ୍କୁ ତୁମ୍ଭର ବାକ୍ୟ ଦାନ କରିଅଛି, ଆଉ ଜଗତ ସେମାନଙ୍କୁ ଘୃଣା କରିଅଛି, କାରଣ ମୁଁ ଯେପରି ଏ ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେହିପରି ଏହି ଜଗତରୁ ଉତ୍ପନ୍ନ ନୁହଁନ୍ତି।

15ତୁମ୍ଭେ ସେମାନଙ୍କୁ ଜଗତରୁ ଘେନିଯାଅ ବୋଲି ମୁଁ ପ୍ରାର୍ଥନା କରୁ ନାହିଁ, କିନ୍ତୁ ସେମାନଙ୍କୁ ମନ୍ଦରୁ ରକ୍ଷା କର ବୋଲି ପ୍ରାର୍ଥନା କରୁଅଛି।

16ମୁଁ ଯେପରି ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେପରି ଜଗତରୁ ଉତ୍ପନ୍ନ ନୁହଁନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.