13“କିନ୍ତୁ ଏବେ ମୁଁ ତୁମ୍ଭ ନିକଟକୁ ଯାଉଅଛି, ଆଉ ସେମାନଙ୍କ ଅନ୍ତରେ ମୋହର ଆନନ୍ଦ ଯେପରି ସମ୍ପୂର୍ଣ୍ଣ ହୁଏ, ସେଥିନିମନ୍ତେ ଜଗତରେ ଥାଉ ଥାଉ ମୁଁ ଏହାସବୁ କହୁଅଛି।
14ମୁଁ ସେମାନଙ୍କୁ ତୁମ୍ଭର ବାକ୍ୟ ଦାନ କରିଅଛି, ଆଉ ଜଗତ ସେମାନଙ୍କୁ ଘୃଣା କରିଅଛି, କାରଣ ମୁଁ ଯେପରି ଏ ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେହିପରି ଏହି ଜଗତରୁ ଉତ୍ପନ୍ନ ନୁହଁନ୍ତି।
15ତୁମ୍ଭେ ସେମାନଙ୍କୁ ଜଗତରୁ ଘେନିଯାଅ ବୋଲି ମୁଁ ପ୍ରାର୍ଥନା କରୁ ନାହିଁ, କିନ୍ତୁ ସେମାନଙ୍କୁ ମନ୍ଦରୁ ରକ୍ଷା କର ବୋଲି ପ୍ରାର୍ଥନା କରୁଅଛି।
16ମୁଁ ଯେପରି ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେପରି ଜଗତରୁ ଉତ୍ପନ୍ନ ନୁହଁନ୍ତି।
17ସତ୍ୟ ଦ୍ୱାରା ସେମାନଙ୍କୁ ପବିତ୍ର କର, ତୁମ୍ଭର ବାକ୍ୟ ତ ସତ୍ୟ।