16ମୁଁ ଯେପରି ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେପରି ଜଗତରୁ ଉତ୍ପନ୍ନ ନୁହଁନ୍ତି।
17ସତ୍ୟ ଦ୍ୱାରା ସେମାନଙ୍କୁ ପବିତ୍ର କର, ତୁମ୍ଭର ବାକ୍ୟ ତ ସତ୍ୟ।
18ତୁମ୍ଭେ ମୋତେ ଯେପରି ଜଗତକୁ ପ୍ରେରଣ କରିଅଛ, ମୁଁ ମଧ୍ୟ ସେମାନଙ୍କୁ ସେପରି ଜଗତକୁ ପ୍ରେରଣ କରିଅଛି।
19ଆଉ, ସେମାନେ ସୁଦ୍ଧା ଯେପରି ସତ୍ୟ ଦ୍ୱାରା ପବିତ୍ରୀକୃତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ଆପଣାକୁ ପବିତ୍ର କରୁଅଛି।”
20“ମୁଁ କେବଳ ଏମାନଙ୍କ ନିମନ୍ତେ ପ୍ରାର୍ଥନା କରୁ ନାହିଁ, ମାତ୍ର ଏମାନଙ୍କ ବାକ୍ୟ ଦ୍ୱାରା ଯେଉଁମାନେ ମୋʼ ଠାରେ ବିଶ୍ୱାସ କରନ୍ତି, ସେମାନଙ୍କ ନିମନ୍ତେ ସୁଦ୍ଧା ପ୍ରାର୍ଥନା କରୁଅଛି,