ଯୋହନ 17

ଆଉ, ସେମାନେ ସୁଦ୍ଧା ଯେପରି ସତ୍ୟ ଦ୍ୱାରା ପବିତ୍ରୀକୃତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ଆପଣାକୁ ପବିତ୍ର କରୁଅଛି।”

John 17:19 (UKJV) And for their sakes I sanctify myself, that they also might be sanctified through the truth.

17ସତ୍ୟ ଦ୍ୱାରା ସେମାନଙ୍କୁ ପବିତ୍ର କର, ତୁମ୍ଭର ବାକ୍ୟ ତ ସତ୍ୟ।

18ତୁମ୍ଭେ ମୋତେ ଯେପରି ଜଗତକୁ ପ୍ରେରଣ କରିଅଛ, ମୁଁ ମଧ୍ୟ ସେମାନଙ୍କୁ ସେପରି ଜଗତକୁ ପ୍ରେରଣ କରିଅଛି।

19ଆଉ, ସେମାନେ ସୁଦ୍ଧା ଯେପରି ସତ୍ୟ ଦ୍ୱାରା ପବିତ୍ରୀକୃତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ଆପଣାକୁ ପବିତ୍ର କରୁଅଛି।”

20“ମୁଁ କେବଳ ଏମାନଙ୍କ ନିମନ୍ତେ ପ୍ରାର୍ଥନା କରୁ ନାହିଁ, ମାତ୍ର ଏମାନଙ୍କ ବାକ୍ୟ ଦ୍ୱାରା ଯେଉଁମାନେ ମୋʼ ଠାରେ ବିଶ୍ୱାସ କରନ୍ତି, ସେମାନଙ୍କ ନିମନ୍ତେ ସୁଦ୍ଧା ପ୍ରାର୍ଥନା କରୁଅଛି,

21ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋʼ ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.