ଯୋହନ 17

ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋʼ ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ।

John 17:23 (UKJV) I in them, and you in me, that they may be made perfect in one; and that the world may know that you have sent me, and have loved them, as you have loved me.

21ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋʼ ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ।

22ଆଉ, ତୁମ୍ଭେ ମୋତେ ଯେଉଁ ମହିମା ଦେଇଅଛ, ମୁଁ ସେମାନଙ୍କୁ ତାହା ଦେଇଅଛି, ଯେପରି ଆମ୍ଭେମାନେ ଯେପ୍ରକାରେ ଏକ, ସେମାନେ ସେପ୍ରକାରେ ଏକ ହୁଅନ୍ତି;

23ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋʼ ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ।

24ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା।

25ହେ ଧାର୍ମିକ ପିତା, ଜଗତ ତୁମ୍ଭକୁ ଜାଣି ନାହିଁ, କିନ୍ତୁ ମୁଁ ତୁମ୍ଭକୁ ଜାଣିଅଛି; ଆଉ, ତୁମ୍ଭେ ଯେ ମୋତେ ପ୍ରେରଣ କଲ, ତାହା ଏମାନେ ଜାଣିଅଛନ୍ତି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.