ଯୋହନ 17

ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା।

John 17:24 (UKJV) Father, I will that they also, whom you have given me, be with me where I am; that they may behold my glory, which you have given me: for you loved me before the foundation of the world.

22ଆଉ, ତୁମ୍ଭେ ମୋତେ ଯେଉଁ ମହିମା ଦେଇଅଛ, ମୁଁ ସେମାନଙ୍କୁ ତାହା ଦେଇଅଛି, ଯେପରି ଆମ୍ଭେମାନେ ଯେପ୍ରକାରେ ଏକ, ସେମାନେ ସେପ୍ରକାରେ ଏକ ହୁଅନ୍ତି;

23ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋʼ ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ।

24ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା।

25ହେ ଧାର୍ମିକ ପିତା, ଜଗତ ତୁମ୍ଭକୁ ଜାଣି ନାହିଁ, କିନ୍ତୁ ମୁଁ ତୁମ୍ଭକୁ ଜାଣିଅଛି; ଆଉ, ତୁମ୍ଭେ ଯେ ମୋତେ ପ୍ରେରଣ କଲ, ତାହା ଏମାନେ ଜାଣିଅଛନ୍ତି;

26ପୁଣି, ତୁମ୍ଭେ ମୋତେ ଯେଉଁ ପ୍ରେମରେ ପ୍ରେମ କଲ, ତାହା ଯେପରି ସେମାନଙ୍କଠାରେ ଥାଏ ଓ ମୁଁ ସେମାନଙ୍କଠାରେ ରହେ, ଏନିମନ୍ତେ ମୁଁ ସେମାନଙ୍କୁ ତୁମ୍ଭ ନାମ ଜଣାଇଅଛି ଓ ଜଣାଇବି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.