ଯୋହନ 17

ଆଉ, ଏକମାତ୍ର ସତ୍ୟ ଈଶ୍ବର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ।

John 17:3 (UKJV) And this is life eternal, that they might know you the only true God, and Jesus Christ, whom you have sent.

1ଯୀଶୁ ଏହି ସମସ୍ତ କଥା କହି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, “ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ୱିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ୱିତ କରନ୍ତି,

2ଯେପ୍ରକାର ତୁମ୍ଭେ ତାହାଙ୍କୁ ଯେଉଁ ଯେଉଁ ଲୋକମାନଙ୍କୁ ଦେଇଅଛ, ସେମାନଙ୍କୁ ଅନନ୍ତ ଜୀବନ ଦେବା ନିମନ୍ତେ ତାହାଙ୍କୁ ସମସ୍ତ ମନୁଷ୍ୟ ଉପରେ ଅଧିକାର ଦେଲ।

3ଆଉ, ଏକମାତ୍ର ସତ୍ୟ ଈଶ୍ବର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ।

4ତୁମ୍ଭେ ମୋତେ ଯେଉଁ କର୍ମ କରିବାକୁ ଦେଇଅଛ, ତାହା ମୁଁ ସମାପ୍ତ କରି ପୃଥିବୀରେ ତୁମ୍ଭକୁ ମହିମାନ୍ୱିତ କରିଅଛି।

5ଆଉ ଏବେ, ହେ ପିତା, ଜଗତର ସୃଷ୍ଟି ପୂର୍ବେ ତୁମ୍ଭ ସହିତ ମୋହର ଯେଉଁ ମହିମା ଥିଲା, ତଦ୍ୱାରା ତୁମ୍ଭେ ମୋତେ ତୁମ୍ଭ ସହିତ ମହିମାନ୍ୱିତ କର।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.