4ତୁମ୍ଭେ ମୋତେ ଯେଉଁ କର୍ମ କରିବାକୁ ଦେଇଅଛ, ତାହା ମୁଁ ସମାପ୍ତ କରି ପୃଥିବୀରେ ତୁମ୍ଭକୁ ମହିମାନ୍ୱିତ କରିଅଛି।
5ଆଉ ଏବେ, ହେ ପିତା, ଜଗତର ସୃଷ୍ଟି ପୂର୍ବେ ତୁମ୍ଭ ସହିତ ମୋହର ଯେଉଁ ମହିମା ଥିଲା, ତଦ୍ୱାରା ତୁମ୍ଭେ ମୋତେ ତୁମ୍ଭ ସହିତ ମହିମାନ୍ୱିତ କର।”
6“ତୁମ୍ଭେ ମୋତେ ଜଗତ ମଧ୍ୟରୁ ଯେଉଁ ଲୋକମାନଙ୍କୁ ଦାନ କଲ, ମୁଁ ସେମାନଙ୍କ ନିକଟରେ ତୁମ୍ଭର ନାମ ପ୍ରକାଶ କରିଅଛି; ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦାନ କଲ, ଆଉ ସେମାନେ ତୁମ୍ଭର ବାକ୍ୟ ପାଳନ କରିଅଛନ୍ତି।
7ତୁମ୍ଭେ ମୋତେ ଯାହା ଯାହା ଦାନ କରିଅଛ, ସେହିସବୁ ଯେ ତୁମ୍ଭଠାରୁ ଉତ୍ପନ୍ନ, ଏହା ସେମାନେ ଏବେ ବୁଝିଅଛନ୍ତି;
8କାରଣ ତୁମ୍ଭେ ମୋତେ ଯେ ସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହିସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି, ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ୱାସ କରିଅଛନ୍ତି।