ଯୋହନ 17

ମୁଁ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି; ଜଗତ ନିମନ୍ତେ ପ୍ରାର୍ଥନା କରୁ ନାହିଁ, କିନ୍ତୁ ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି, କାରଣ ସେମାନେ ତୁମ୍ଭର;

John 17:9 (UKJV) I pray for them: I pray not for the world, but for them which you have given me; for they are yours.

7ତୁମ୍ଭେ ମୋତେ ଯାହା ଯାହା ଦାନ କରିଅଛ, ସେହିସବୁ ଯେ ତୁମ୍ଭଠାରୁ ଉତ୍ପନ୍ନ, ଏହା ସେମାନେ ଏବେ ବୁଝିଅଛନ୍ତି;

8କାରଣ ତୁମ୍ଭେ ମୋତେ ଯେ ସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହିସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି, ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ୱାସ କରିଅଛନ୍ତି।

9ମୁଁ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି; ଜଗତ ନିମନ୍ତେ ପ୍ରାର୍ଥନା କରୁ ନାହିଁ, କିନ୍ତୁ ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି, କାରଣ ସେମାନେ ତୁମ୍ଭର;

10ଯାହା ଯାହା ମୋହର, ସେହିସବୁ ତୁମ୍ଭର, ପୁଣି, ଯାହା ଯାହା ତୁମ୍ଭର, ସେହିସବୁ ମୋହର; ଆଉ, ମୁଁ ସେମାନଙ୍କଠାରେ ମହିମାନ୍ୱିତ ହୋଇଅଛି।

11ମୁଁ ଆଉ ଏ ଜଗତରେ ରହୁ ନାହିଁ, କିନ୍ତୁ ଏମାନେ ଜଗତରେ ରହୁଅଛନ୍ତି; ପୁଣି, ମୁଁ ତୁମ୍ଭ ନିକଟକୁ ଯାଉଅଛି। ପବିତ୍ର ପିତଃ, ତୁମ୍ଭ ସେହି ନାମରେ ସେମାନଙ୍କୁ ରକ୍ଷା କର ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ, ଯେପରି ଆମ୍ଭେମାନେ ଯେପ୍ରକାର ଏକ, ସେମାନେ ସେପ୍ରକାର ଏକ ହୁଅନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.