8ଯୀଶୁ ଉତ୍ତର ଦେଲେ, “ମୁଁ ଯେ ସେହି, ଏହା ତ ମୁଁ ତୁମ୍ଭମାନଙ୍କୁ କହିଲି। ଏଣୁ ଯଦି ତୁମ୍ଭେମାନେ ମୋତେ ଖୋଜୁଅଛ, ତାହାହେଲେ ଏମାନଙ୍କୁ ଯିବା ପାଇଁ ଛାଡ଼ିଦିଅ।”
9ସେ ଏହା କହିଲେ, ଯେପରି ତାହାଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, “ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ମଧ୍ୟରୁ ମୁଁ ଜଣକୁ ସୁଦ୍ଧା ହରାଇ ନାହିଁ।”
10ଶିମୋନ ପିତରଙ୍କ ପାଖରେ ଖଣ୍ଡା ଥିବାରୁ ସେ ତାହା ବାହାର କରି ମହାଯାଜକଙ୍କ ଦାସକୁ ଆଘାତ କଲେ ଓ ତାହାର ଡାହାଣ କାନ କାଟିପକାଇଲେ; ସେହି ଦାସର ନାମ ମାଲ୍ଖ।
11ସେଥିରେ ଯୀଶୁ ପିତରଙ୍କୁ କହିଲେ, “ଖଣ୍ଡା ଖାପରେ ରଖ; ପିତା ମୋତେ ଯେଉଁ ପାତ୍ର ଦେଇଅଛନ୍ତି, ମୁଁ କଅଣ ସେଥିରୁ ପାନ କରିବି ନାହିଁ?”
12ଏହାପରେ ସୈନ୍ୟଦଳ, ପ୍ରଧାନ ସେନାପତି, ପୁଣି, ଯିହୁଦୀମାନଙ୍କର ପଦାତିକମାନେ ଯୀଶୁଙ୍କୁ ଧରିଲେ