ଯୋହନ 18

ସେଥିରେ ଯୀଶୁ ପିତରଙ୍କୁ କହିଲେ, “ଖଣ୍ଡା ଖାପରେ ରଖ; ପିତା ମୋତେ ଯେଉଁ ପାତ୍ର ଦେଇଅଛନ୍ତି, ମୁଁ କଅଣ ସେଥିରୁ ପାନ କରିବି ନାହିଁ?”

John 18:11 (UKJV) Then said Jesus unto Peter, Put up your sword into the sheath: the cup which my Father has given me, shall I not drink it?

9ସେ ଏହା କହିଲେ, ଯେପରି ତାହାଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, “ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ମଧ୍ୟରୁ ମୁଁ ଜଣକୁ ସୁଦ୍ଧା ହରାଇ ନାହିଁ।”

10ଶିମୋନ ପିତରଙ୍କ ପାଖରେ ଖଣ୍ଡା ଥିବାରୁ ସେ ତାହା ବାହାର କରି ମହାଯାଜକଙ୍କ ଦାସକୁ ଆଘାତ କଲେ ଓ ତାହାର ଡାହାଣ କାନ କାଟିପକାଇଲେ; ସେହି ଦାସର ନାମ ମାଲ୍‍ଖ।

11ସେଥିରେ ଯୀଶୁ ପିତରଙ୍କୁ କହିଲେ, “ଖଣ୍ଡା ଖାପରେ ରଖ; ପିତା ମୋତେ ଯେଉଁ ପାତ୍ର ଦେଇଅଛନ୍ତି, ମୁଁ କଅଣ ସେଥିରୁ ପାନ କରିବି ନାହିଁ?”

12ଏହାପରେ ସୈନ୍ୟଦଳ, ପ୍ରଧାନ ସେନାପତି, ପୁଣି, ଯିହୁଦୀମାନଙ୍କର ପଦାତିକମାନେ ଯୀଶୁଙ୍କୁ ଧରିଲେ

13ଓ ତାହାଙ୍କୁ ବାନ୍ଧି ପ୍ରଥମେ ହାନାନଙ୍କ ନିକଟକୁ ଘେନିଗଲେ, କାରଣ ସେ ସେହି ବର୍ଷର ମହାଯାଜକ କୟାଫାଙ୍କର ଶ୍ୱଶୁର ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.