10ଶିମୋନ ପିତରଙ୍କ ପାଖରେ ଖଣ୍ଡା ଥିବାରୁ ସେ ତାହା ବାହାର କରି ମହାଯାଜକଙ୍କ ଦାସକୁ ଆଘାତ କଲେ ଓ ତାହାର ଡାହାଣ କାନ କାଟିପକାଇଲେ; ସେହି ଦାସର ନାମ ମାଲ୍ଖ।
11ସେଥିରେ ଯୀଶୁ ପିତରଙ୍କୁ କହିଲେ, “ଖଣ୍ଡା ଖାପରେ ରଖ; ପିତା ମୋତେ ଯେଉଁ ପାତ୍ର ଦେଇଅଛନ୍ତି, ମୁଁ କଅଣ ସେଥିରୁ ପାନ କରିବି ନାହିଁ?”
12ଏହାପରେ ସୈନ୍ୟଦଳ, ପ୍ରଧାନ ସେନାପତି, ପୁଣି, ଯିହୁଦୀମାନଙ୍କର ପଦାତିକମାନେ ଯୀଶୁଙ୍କୁ ଧରିଲେ
13ଓ ତାହାଙ୍କୁ ବାନ୍ଧି ପ୍ରଥମେ ହାନାନଙ୍କ ନିକଟକୁ ଘେନିଗଲେ, କାରଣ ସେ ସେହି ବର୍ଷର ମହାଯାଜକ କୟାଫାଙ୍କର ଶ୍ୱଶୁର ଥିଲେ।
14ଲୋକସାଧାରଣଙ୍କ ନିମନ୍ତେ ଜଣେ ମରିବା ମଙ୍ଗଳଜନକ ବୋଲି ଯିହୁଦୀମାନଙ୍କୁ ଯେ ପରାମର୍ଶ ଦେଇଥିଲେ, ଏ ସେହି କୟାଫା।