13ଓ ତାହାଙ୍କୁ ବାନ୍ଧି ପ୍ରଥମେ ହାନାନଙ୍କ ନିକଟକୁ ଘେନିଗଲେ, କାରଣ ସେ ସେହି ବର୍ଷର ମହାଯାଜକ କୟାଫାଙ୍କର ଶ୍ୱଶୁର ଥିଲେ।
14ଲୋକସାଧାରଣଙ୍କ ନିମନ୍ତେ ଜଣେ ମରିବା ମଙ୍ଗଳଜନକ ବୋଲି ଯିହୁଦୀମାନଙ୍କୁ ଯେ ପରାମର୍ଶ ଦେଇଥିଲେ, ଏ ସେହି କୟାଫା।
15ଶିମୋନ ପିତର ଓ ଆଉ ଜଣେ ଶିଷ୍ୟ ଯୀଶୁଙ୍କ ପଛେ ପଛେ ଯାଉଥିଲେ। ସେହି ଶିଷ୍ୟ ମହାଯାଜକଙ୍କର ପରିଚିତ ଥିଲେ ଓ ଯୀଶୁଙ୍କ ସହିତ ମହାଯାଜକଙ୍କ ପ୍ରାଙ୍ଗଣରେ ପ୍ରବେଶ କଲେ;
16କିନ୍ତୁ ପିତର ବାହାରେ ଦ୍ୱାର ନିକଟରେ ଠିଆ ହୋଇ ରହିଲେ। ଅତଏବ, ସେହି ଯେଉଁ ଅନ୍ୟ ଶିଷ୍ୟ ମହାଯାଜକଙ୍କ ପରିଚିତ ଥିଲେ, ସେ ବାହାରକୁ ଯାଇ ଦ୍ୱାରରକ୍ଷିକାକୁ କହି ପିତରଙ୍କୁ ଭିତରକୁ ଆଣିଲେ।
17ସେଥିରେ ସେହି ଦ୍ୱାରରକ୍ଷିକା ଦାସୀ ପିତରଙ୍କୁ କହିଲା, ତୁମ୍ଭେ ମଧ୍ୟ କଅଣ ଏହି ଲୋକର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ କହିଲେ, ମୁଁ ନୁହେଁ।