17ସେଥିରେ ସେହି ଦ୍ୱାରରକ୍ଷିକା ଦାସୀ ପିତରଙ୍କୁ କହିଲା, ତୁମ୍ଭେ ମଧ୍ୟ କଅଣ ଏହି ଲୋକର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ କହିଲେ, ମୁଁ ନୁହେଁ।
18ଶୀତ ହେତୁ ଦାସ ଓ ପଦାତିକମାନେ ଅଙ୍ଗାର ଜାଳି ସେଠାରେ ଠିଆ ହୋଇ ନିଆଁ ପୋଉଁଥିଲେ; ପିତର ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇ ନିଆଁ ପୋଉଁଥିଲେ।
19ଇତିମଧ୍ୟରେ ମହାଯାଜକ ଯୀଶୁଙ୍କୁ ତାହାଙ୍କ ଶିଷ୍ୟମାନଙ୍କ ବିଷୟରେ ଓ ତାହାଙ୍କ ଶିକ୍ଷା ସମ୍ବନ୍ଧରେ ପଚାରିଲେ।
20ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ଜଗତ ନିକଟରେ ପ୍ରକାଶରେ କଥା କହିଅଛି; ଯେଉଁଠାରେ ସମସ୍ତ ଯିହୁଦୀ ଏକତ୍ର ହୁଅନ୍ତି, ଏପରି ସମାଜଗୃହ ଓ ମନ୍ଦିରରେ ମୁଁ ସର୍ବଦା ଶିକ୍ଷା ଦେଇଅଛି; ମୁଁ ଗୋପନରେ କିଛି କହି ନାହିଁ।
21ମୋତେ କାହିଁକି ପଚାରୁଅଛନ୍ତି? ମୁଁ ସେମାନଙ୍କୁ କଅଣ କହିଅଛି, ଯେଉଁମାନେ ଶୁଣିଅଛନ୍ତି, ସେମାନଙ୍କୁ ପଚାରନ୍ତୁ; ଦେଖନ୍ତୁ, ମୁଁ ଯାହା ଯାହା କହିଅଛି, ସେମାନେ ସେହିସବୁ ଜାଣନ୍ତି।”