1ଯୀଶୁ ଏହିସବୁ କଥା କହି ଆପଣା ଶିଷ୍ୟମାନଙ୍କ ସହିତ କିଦ୍ରୋଣ ଜୋଡ଼ର ଆରପାଖକୁ ବାହାରିଗଲେ। ସେଠାରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେ ଓ ତାହାଙ୍କ ଶିଷ୍ୟମାନେ ସେଥିରେ ପ୍ରବେଶ କଲେ।
2ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେହି ସ୍ଥାନ ଜାଣିଥିଲା, କାରଣ ଯୀଶୁ ଅନେକ ଥର ଆପଣା ଶିଷ୍ୟମାନଙ୍କ ସହିତ ସେ ସ୍ଥାନକୁ ଯାଉଥିଲେ।
3ଅତଏବ, ଯିହୂଦା ସୈନ୍ୟଦଳ ପୁଣି, ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କଠାରୁ ପ୍ରାପ୍ତ ପଦାତିକମାନଙ୍କୁ ଘେନି ବତୀ, ମଶାଲ ଓ ଅସ୍ତ୍ରଶସ୍ତ୍ର ଧରି ସେଠାକୁ ଆସିଲା।
4ସେଥିରେ ଯୀଶୁ, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହିସବୁ ଜାଣି ଆଗକୁ ଯାଇ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ କାହାକୁ ଖୋଜୁଅଛ?”