20ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ଜଗତ ନିକଟରେ ପ୍ରକାଶରେ କଥା କହିଅଛି; ଯେଉଁଠାରେ ସମସ୍ତ ଯିହୁଦୀ ଏକତ୍ର ହୁଅନ୍ତି, ଏପରି ସମାଜଗୃହ ଓ ମନ୍ଦିରରେ ମୁଁ ସର୍ବଦା ଶିକ୍ଷା ଦେଇଅଛି; ମୁଁ ଗୋପନରେ କିଛି କହି ନାହିଁ।
21ମୋତେ କାହିଁକି ପଚାରୁଅଛନ୍ତି? ମୁଁ ସେମାନଙ୍କୁ କଅଣ କହିଅଛି, ଯେଉଁମାନେ ଶୁଣିଅଛନ୍ତି, ସେମାନଙ୍କୁ ପଚାରନ୍ତୁ; ଦେଖନ୍ତୁ, ମୁଁ ଯାହା ଯାହା କହିଅଛି, ସେମାନେ ସେହିସବୁ ଜାଣନ୍ତି।”
22ସେ ଏହା କହିବାରୁ ପଦାତିକମାନଙ୍କ ମଧ୍ୟରୁ ପାଖରେ ଠିଆ ହୋଇଥିବା ଜଣେ ଯୀଶୁଙ୍କୁ ଚାପୁଡ଼ା ମାରି କହିଲା, ତୁ ମହାଯାଜକଙ୍କୁ ଏପରି ଉତ୍ତର ଦେଉଅଛୁ?
23ଯୀଶୁ ତାହାକୁ ଉତ୍ତର ଦେଲେ, “ଯଦି ମୁଁ ମନ୍ଦ କହିଲି, ତାହାହେଲେ ମନ୍ଦର ପ୍ରମାଣ ଦିଅ; କିନ୍ତୁ ଯଦି ଭଲ କହିଲି, ତାହାହେଲେ କାହିଁକି ମୋତେ ମାରୁଅଛ?”
24ସେଥିରେ ହାନାନ ତାହାଙ୍କୁ ବନ୍ଧା ହୋଇଥିବା ଅବସ୍ଥାରେ ମହାଯାଜକ କୟାଫାଙ୍କ ନିକଟକୁ ପଠାଇଦେଲେ।