ଯୋହନ 18

ସେଥିରେ ପିତର ପୁନର୍ବାର ଅସ୍ୱୀକାର କଲେ; ଆଉ, ସେହିକ୍ଷଣି କୁକୁଡ଼ା ଡାକିଲା।

John 18:27 (UKJV) Peter then denied again: and immediately the cock crew.

25ଇତିମଧ୍ୟରେ ଶିମୋନ ପିତର ଠିଆ ହୋଇ ନିଆଁ ପୋଉଁଥିଲେ। ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ ମଧ୍ୟ କଅଣ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ ଅସ୍ୱୀକାର କରି କହିଲେ, ମୁଁ ନୁହେଁ।

26ମହାଯାଜକଙ୍କ ଦାସମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍‍ ପିତର ଯାହାର କାନ କାଟିପକାଇଥିଲେ, ତାହାର ଜଣେ ଆତ୍ମୀୟ କହିଲା, ମୁଁ କଅଣ ତୋତେ ତାହାଙ୍କ ସାଙ୍ଗରେ ବଗିଚାରେ ଦେଖି ନ ଥିଲି?

27ସେଥିରେ ପିତର ପୁନର୍ବାର ଅସ୍ୱୀକାର କଲେ; ଆଉ, ସେହିକ୍ଷଣି କୁକୁଡ଼ା ଡାକିଲା।

28ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରିପାରନ୍ତି, ଏଥିନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ।

29ଅତଏବ, ପୀଲାତ ସେମାନଙ୍କ ନିକଟକୁ ବାହାରି ଆସି ପଚାରିଲେ, ଏ ଲୋକ ବିରୁଦ୍ଧରେ ତୁମ୍ଭେମାନେ କେଉଁ ଅଭିଯୋଗ ଆଣୁଅଛ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.