26ମହାଯାଜକଙ୍କ ଦାସମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍ ପିତର ଯାହାର କାନ କାଟିପକାଇଥିଲେ, ତାହାର ଜଣେ ଆତ୍ମୀୟ କହିଲା, ମୁଁ କଅଣ ତୋତେ ତାହାଙ୍କ ସାଙ୍ଗରେ ବଗିଚାରେ ଦେଖି ନ ଥିଲି?
27ସେଥିରେ ପିତର ପୁନର୍ବାର ଅସ୍ୱୀକାର କଲେ; ଆଉ, ସେହିକ୍ଷଣି କୁକୁଡ଼ା ଡାକିଲା।
28ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରିପାରନ୍ତି, ଏଥିନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ।
29ଅତଏବ, ପୀଲାତ ସେମାନଙ୍କ ନିକଟକୁ ବାହାରି ଆସି ପଚାରିଲେ, ଏ ଲୋକ ବିରୁଦ୍ଧରେ ତୁମ୍ଭେମାନେ କେଉଁ ଅଭିଯୋଗ ଆଣୁଅଛ?
30ସେମାନେ ତାହାଙ୍କୁ ଉତ୍ତର ଦେଲେ, ଏ ଲୋକଟା ଯଦି ଦୁଷ୍କର୍ମକାରୀ ହୋଇ ନ ଥାଆନ୍ତା, ତାହାହେଲେ ଆମ୍ଭେମାନେ ତାହାକୁ ଆପଣଙ୍କ ହସ୍ତରେ ସମର୍ପଣ କରି ନ ଥାଆନ୍ତୁ।