ଯୋହନ 18

ପୀଲାତ ଉତ୍ତର ଦେଲେ, ଆମ୍ଭେ କଅଣ ଜଣେ ଯିହୁଦୀ? ତୁମ୍ଭର ସ୍ୱଜାତି ଓ ପ୍ରଧାନ ଯାଜକମାନେ ତୁମ୍ଭକୁ ଆମ୍ଭ ହସ୍ତରେ ସମର୍ପଣ କରିଅଛନ୍ତି; ତୁମ୍ଭେ କଅଣ କରିଅଛ?

John 18:35 (UKJV) Pilate answered, Am I a Jew? Yours own nation and the chief priests have delivered you unto me: what have you done?

33ଅତଏବ, ପୀଲାତ ପୁନର୍ବାର ପ୍ରାସାଦ ମଧ୍ୟରେ ପ୍ରବେଶ କରି ଯୀଶୁଙ୍କୁ ଡାକି ତାହାଙ୍କୁ ପଚାରିଲେ, ତୁମ୍ଭେ କଅଣ ଯିହୁଦୀମାନଙ୍କର ରାଜା?

34ଯୀଶୁ ଉତ୍ତର ଦେଲେ, “ଆପଣ କଅଣ ନିଜରୁ ଏହା କହୁଅଛନ୍ତି, ନା ଅନ୍ୟମାନେ ମୋʼ ସମ୍ବନ୍ଧରେ ଆପଣଙ୍କୁ ଏହା କହିଅଛନ୍ତି?”

35ପୀଲାତ ଉତ୍ତର ଦେଲେ, ଆମ୍ଭେ କଅଣ ଜଣେ ଯିହୁଦୀ? ତୁମ୍ଭର ସ୍ୱଜାତି ଓ ପ୍ରଧାନ ଯାଜକମାନେ ତୁମ୍ଭକୁ ଆମ୍ଭ ହସ୍ତରେ ସମର୍ପଣ କରିଅଛନ୍ତି; ତୁମ୍ଭେ କଅଣ କରିଅଛ?

36ଯୀଶୁ ଉତ୍ତର ଦେଲେ, “ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ନୁହେଁ; ଯଦି ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ହୋଇଥାଆନ୍ତା, ତାହାହେଲେ ମୁଁ ଯେପରି ଯିହୁଦୀମାନଙ୍କ ହସ୍ତରେ ସମର୍ପିତ ନ ହୁଅନ୍ତି, ସେଥିପାଇଁ ମୋହର ପରିଚାରକମାନେ ଯୁଦ୍ଧ କରନ୍ତେ; କିନ୍ତୁ ମୋହର ରାଜ୍ୟ ପ୍ରକୃତରେ ତତ୍‍ସମ୍ବନ୍ଧୀୟ ନୁହେଁ।”

37ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କଅଣ ଜଣେ ରାଜା ନୁହଁ? ଯୀଶୁ ଉତ୍ତର ଦେଲେ, “ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା। ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥିନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି। ଯେ କେହି ସତ୍ୟର ସନ୍ତାନ, ସେ ମୋହର କଥା ଶୁଣେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.