36ଯୀଶୁ ଉତ୍ତର ଦେଲେ, “ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ନୁହେଁ; ଯଦି ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ହୋଇଥାଆନ୍ତା, ତାହାହେଲେ ମୁଁ ଯେପରି ଯିହୁଦୀମାନଙ୍କ ହସ୍ତରେ ସମର୍ପିତ ନ ହୁଅନ୍ତି, ସେଥିପାଇଁ ମୋହର ପରିଚାରକମାନେ ଯୁଦ୍ଧ କରନ୍ତେ; କିନ୍ତୁ ମୋହର ରାଜ୍ୟ ପ୍ରକୃତରେ ତତ୍ସମ୍ବନ୍ଧୀୟ ନୁହେଁ।”
37ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କଅଣ ଜଣେ ରାଜା ନୁହଁ? ଯୀଶୁ ଉତ୍ତର ଦେଲେ, “ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା। ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥିନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି। ଯେ କେହି ସତ୍ୟର ସନ୍ତାନ, ସେ ମୋହର କଥା ଶୁଣେ।”
38ପୀଲାତ ତାହାଙ୍କୁ କହିଲେ, ସତ୍ୟ କଅଣ? ଏହା କହି ସେ ପୁଣି, ଯିହୁଦୀମାନଙ୍କ ନିକଟକୁ ବାହାରକୁ ଯାଇ ସେମାନଙ୍କୁ କହିଲେ, ଆମ୍ଭେ ଏହାଠାରେ କୌଣସି ଦୋଷ ପାଉ ନାହୁଁ।
39କିନ୍ତୁ ଆମେ ଯେ ନିସ୍ତାର ପର୍ବ ସମୟରେ ତୁମ୍ଭମାନଙ୍କ ନିମନ୍ତେ ଜଣକୁ ମୁକ୍ତ କରିଦେଉ, ଏହା ତୁମ୍ଭମାନଙ୍କ ରୀତି ଅଛି; ଅତଏବ, ଯିହୁଦୀମାନଙ୍କ ରାଜାଙ୍କୁ ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ମୁକ୍ତ କରିଦେବୁ ବୋଲି କଅଣ ତୁମ୍ଭମାନଙ୍କର ଇଚ୍ଛା?
40ସେଥିରେ ସେମାନେ ପୁନର୍ବାର ଚିତ୍କାର କରି କହିଲେ, ଏ ଲୋକଟାକୁ ନୁହେଁ, କିନ୍ତୁ ବାରବ୍ବାକୁ। ଏହି ବାରବ୍ବା ଜଣେ ଡକାଇତ ଥିଲା।