2ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେହି ସ୍ଥାନ ଜାଣିଥିଲା, କାରଣ ଯୀଶୁ ଅନେକ ଥର ଆପଣା ଶିଷ୍ୟମାନଙ୍କ ସହିତ ସେ ସ୍ଥାନକୁ ଯାଉଥିଲେ।
3ଅତଏବ, ଯିହୂଦା ସୈନ୍ୟଦଳ ପୁଣି, ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କଠାରୁ ପ୍ରାପ୍ତ ପଦାତିକମାନଙ୍କୁ ଘେନି ବତୀ, ମଶାଲ ଓ ଅସ୍ତ୍ରଶସ୍ତ୍ର ଧରି ସେଠାକୁ ଆସିଲା।
4ସେଥିରେ ଯୀଶୁ, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହିସବୁ ଜାଣି ଆଗକୁ ଯାଇ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ କାହାକୁ ଖୋଜୁଅଛ?”
5ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାଜରିତୀୟ ଯୀଶୁକୁ। ସେ ସେମାନଙ୍କୁ କହିଲେ, “ମୁଁ ସେହି।” ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇଥିଲା।
6ଯୀଶୁ ଯେତେବେଳେ ସେମାନଙ୍କୁ କହିଲେ, ମୁଁ ସେହି, ସେତେବେଳେ ସେମାନେ ପଛକୁ ହଟିଯାଇ ଭୂମିରେ ପଡ଼ିଗଲେ।