ଯୋହନ 18

ଯୀଶୁ ଯେତେବେଳେ ସେମାନଙ୍କୁ କହିଲେ, ମୁଁ ସେହି, ସେତେବେଳେ ସେମାନେ ପଛକୁ ହଟିଯାଇ ଭୂମିରେ ପଡ଼ିଗଲେ।

John 18:6 (UKJV) As soon then as he had said unto them, I am he, they went backward, and fell to the ground.

4ସେଥିରେ ଯୀଶୁ, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହିସବୁ ଜାଣି ଆଗକୁ ଯାଇ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ କାହାକୁ ଖୋଜୁଅଛ?”

5ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାଜରିତୀୟ ଯୀଶୁକୁ। ସେ ସେମାନଙ୍କୁ କହିଲେ, “ମୁଁ ସେହି।” ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇଥିଲା।

6ଯୀଶୁ ଯେତେବେଳେ ସେମାନଙ୍କୁ କହିଲେ, ମୁଁ ସେହି, ସେତେବେଳେ ସେମାନେ ପଛକୁ ହଟିଯାଇ ଭୂମିରେ ପଡ଼ିଗଲେ।

7ସେଥିରେ ସେ ସେମାନଙ୍କୁ ଆଉ ଥରେ ପଚାରିଲେ, “ତୁମ୍ଭେମାନେ କାହାକୁ ଖୋଜୁଅଛ?” ସେମାନେ କହିଲେ, ନାଜରିତୀୟ ଯୀଶୁଙ୍କୁ।

8ଯୀଶୁ ଉତ୍ତର ଦେଲେ, “ମୁଁ ଯେ ସେହି, ଏହା ତ ମୁଁ ତୁମ୍ଭମାନଙ୍କୁ କହିଲି। ଏଣୁ ଯଦି ତୁମ୍ଭେମାନେ ମୋତେ ଖୋଜୁଅଛ, ତାହାହେଲେ ଏମାନଙ୍କୁ ଯିବା ପାଇଁ ଛାଡ଼ିଦିଅ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.