1ଅତଏବ, ପୀଲାତ ଯୀଶୁଙ୍କୁ ଘେନିଯାଇ କୋରଡ଼ା ପ୍ରହାର କରାଇଲେ।
2ପୁଣି, ସୈନ୍ୟମାନେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣ ବାହ୍ୟ ବସ୍ତ୍ର ପିନ୍ଧାଇଲେ;
3ସେମାନେ ତାହାଙ୍କ ନିକଟକୁ ଆସି କହିଲେ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର; ପୁଣି, ସେମାନେ ତାହାଙ୍କୁ ଚାପୁଡ଼ା ମାରିବାକୁ ଲାଗିଲେ।