ଯୋହନ 19

ସେଥିରେ ପୀଲାତ ତାହାଙ୍କୁ କହିଲେ, ଆମ୍ଭକୁ କଥା କହୁ ନାହଁ? ତୁମ୍ଭକୁ ମୁକ୍ତ କରିବାକୁ ଆମ୍ଭର ଅଧିକାର ଅଛି ଓ ତୁମ୍ଭକୁ କ୍ରୁଶରେ ଚଢ଼ାଇବାକୁ ଆମ୍ଭର ଅଧିକାର ଅଛି, ଏହା କି ତୁମ୍ଭେ ଜାଣୁ ନାହଁ?

John 19:10 (UKJV) Then says Pilate unto him, Speak you not unto me? know you not that I have power to crucify you, and have power to release you?

8ସେଥିରେ ପୀଲାତ ଏହି କଥା ଶୁଣି ଅଧିକ ଭୀତ ହେଲେ;

9ପୁଣି, ସେ ପୁନର୍ବାର ପ୍ରାସାଦରେ ପ୍ରବେଶ କରି ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଅଛ? କିନ୍ତୁ ଯୀଶୁ ତାହାଙ୍କୁ ଉତ୍ତର ଦେଲେ ନାହିଁ।

10ସେଥିରେ ପୀଲାତ ତାହାଙ୍କୁ କହିଲେ, ଆମ୍ଭକୁ କଥା କହୁ ନାହଁ? ତୁମ୍ଭକୁ ମୁକ୍ତ କରିବାକୁ ଆମ୍ଭର ଅଧିକାର ଅଛି ଓ ତୁମ୍ଭକୁ କ୍ରୁଶରେ ଚଢ଼ାଇବାକୁ ଆମ୍ଭର ଅଧିକାର ଅଛି, ଏହା କି ତୁମ୍ଭେ ଜାଣୁ ନାହଁ?

11ଯୀଶୁ ଉତ୍ତର ଦେଲେ, “ଯଦି ଊର୍ଦ୍ଧ୍ୱରୁ ଆପଣଙ୍କୁ ଦିଆଯାଇ ନ ଥାଆନ୍ତା, ତାହାହେଲେ ମୋʼ ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର।”

12ସେଥିରେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ଚେଷ୍ଟା କଲେ, କିନ୍ତୁ ଯିହୁଦୀମାନେ ଚିତ୍କାର କରି କହିଲେ, ଯଦି ତୁମ୍ଭେ ଏହି ଲୋକକୁ ମୁକ୍ତ କର, ତାହାହେଲେ ତୁମ୍ଭେ କାଇସରଙ୍କର ମିତ୍ର ନୁହଁ; ଯେ କେହି ଆପଣାକୁ ରାଜା ବୋଲି କହେ, ସେ କାଇସରଙ୍କ ବିପକ୍ଷରେ କଥା କହେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.